ଯାତ୍ରାପୁସ୍ତକ 12:3-9
Odia Holy Bible: Easy-to-Read Version
3 ଏହି ଆଜ୍ଞା ସମଗ୍ର ଇସ୍ରାଏଲୀୟମାନଙ୍କ ପାଇଁ ଥିଲା। ଏହି ମାସର ଦଶମ ଦିନରେ ପ୍ରତ୍ୟେକ ଲୋକ ଗୋଟିଏ ମେଷ ଶାବକ ଆପଣା ପରିବାରମାନଙ୍କ ପାଇଁ ନେବ। 4 ଯଦି, ତୁମ୍ଭ ପରିବାରରେ ଯଥେଷ୍ଟ ଲୋକ ନ ଥା’ନ୍ତି ତାକୁ ଖାଇବାକୁ, ତେବେ ସେ ତା'ର ପଡ଼ୋଶୀଙ୍କୁ ନିମନ୍ତ୍ରଣ କରି ଆଣିବ। ସମସ୍ତଙ୍କ ପାଇଁ ଯେପରି ଉପଯୁକ୍ତ ପରିମାଣରେ ଖାଦ୍ୟ ହେବ। 5 ଯେଉଁ ମେଷ ଶାବକଟିକୁ ନେବ ତାହା ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟବାନ ଓ ଏହା ଏକ ବର୍ଷର ପୁରୁଷ ମେଷ ହେବା ଆବଶ୍ୟକ। ଏହି ପଶୁଟି ଏକ ଯୁବାମେଷ କିମ୍ବା ଏକ ଛେଳି ଶାବକ ହେବା ଦରକାର। 6 ତୁମ୍ଭମାନଙ୍କୁ ସେହି ମେଷ ଶାବକକୁ ମାସର ଚତୁର୍ଦ୍ଦଶ ଦିନଯାଏ ନଜରରେ ରଖିବାକୁ ହେବ। ସେହି ଦିନ ଇସ୍ରାଏଲର ସମସ୍ତ ଲୋକମାନେ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ପୂର୍ବରୁ ଏମାନଙ୍କୁ ହତ୍ୟା କରିବେ। 7 ତୁମ୍ଭେମାନେ ସେହି ପଶୁର ରକ୍ତ ନେଇ ତୁମ୍ଭେ ଯେଉଁ ଘରେ ମେଷ ଖାଉଥିବ, ସେହି ଗୃହର ଦ୍ୱାରବନ୍ଧ ଉପର ଓ ବାଜୁବନ୍ଧ ପାଖରେ ସେହି ରକ୍ତ ଲଗାଇବ।
8 “ସେହି ରାତ୍ରିରେ, ତୁମ୍ଭେ ତା'ର ମାଂସକୁ ଅଗ୍ନିରେ ଦଗ୍ଧ କରି ତାଡ଼ି ଶୂନ୍ୟ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ। 9 ତୁମ୍ଭେ ସେହି ମାଂସକୁ କଞ୍ଚା ଖାଇବ ନାହିଁ କିମ୍ବା ପାଣିରେ ସିଝାଇବ ନାହିଁ। ତୁମ୍ଭେ ସେହି ମେଷ ଶାବକକୁ ନିଆଁରେ ପୁରାପୁରି ପୋଡ଼ିବା ଉଚିତ୍। ମେଷର ମୁଣ୍ତ, ଗୋଡ଼ ଏବଂ ଭିତରର ସମସ୍ତ ଅଂଶ ରହିବା ଉଚିତ୍।
Read full chapter2010 by Bible League International