ଯୋହନ ଲିଖିତ ସୁସମାଗ୍ଭର 11:45-53
Odia Holy Bible: Easy-to-Read Version
ଯୀଶୁଙ୍କୁ ମାରିବା ପାଇଁ ଯିହୂଦୀ ନେତାମାନଙ୍କର ଯୋଜନା
(ମାଥିଉ 26:1-5; ମାର୍କ 14:1-2; ଲୂକ 22:1-2)
45 ସେଠାରେ ମରିୟମଙ୍କୁ ଦେଖା କରିବା ନିମନ୍ତେ ଅନେକ ଯିହୂଦୀ ଆସିଥିଲେ। ସେମାନେ ସମସ୍ତେ ଯୀଶୁଙ୍କର କାର୍ଯ୍ୟ ଦେଖିଲେ। ସେମାନଙ୍କ ଭିତରୁ ଅନେକ ଯିହୂଦୀ ତାହାଙ୍କୁ ବିଶ୍ୱାସ କଲେ। 46 କିନ୍ତୁ କେତେକ ଯିହୂଦୀ ଫାରୂଶୀମାନଙ୍କ ପାଖକୁ ଫେରିଗଲେ। ସେମାନେ ଫାରୂଶୀମାନଙ୍କୁ ଯୀଶୁ କରିଥିବା କାର୍ଯ୍ୟ ବର୍ଣ୍ଣନା କଲେ। 47 ତା'ପରେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସେମାନେ କହିଲେ, “ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛି। 48 ଯଦି ଆମ୍ଭେ ତାକୁ ଏଭଳି କାର୍ଯ୍ୟ କରିବା ପାଇଁ ଛାଡ଼ିଦେବା, ତାହାକୁ ସମସ୍ତେ ବିଶ୍ୱାସ କରିବେ। ତା'ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରିଦେବେ।”
49 ସେମାନଙ୍କ ମଧ୍ୟରୁ କୟାଫା ନାମକ ଜଣେ ବ୍ୟକ୍ତି ଥିଲେ। ସେ ସେହି ବର୍ଷପାଇଁ ମହାଯାଜକ ଥିଲେ। କୟାଫା କହିଲେ, “ତୁମ୍ଭେ ସବୁକିଛି ଜାଣି ନାହଁ। 50 ସମଗ୍ର ଜାତି ଧ୍ୱଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁ ନାହଁ।”
51 କୟାଫା ନିଜେ ସେହି କଥା ଭାବି ପାରି ନ ଥିଲେ। ଯେ ସେ ବାସ୍ତବରେ ଭବିଷ୍ୟଦ୍ବାଣୀ କରିଥିଲେ, ଯୀଶୁ ଯିହୂଦୀୟ ଜାତି ପାଇଁ ପ୍ରାଣ ଦେବେ। 52 ହଁ, ଯୀଶୁ ଯିହୂଦୀ ଲୋକମାନଙ୍କ ପାଇଁ ନିଜ ଜୀବନ ଦେବେ। କିନ୍ତୁ ସେ ପରମେଶ୍ୱରଙ୍କ ଅନ୍ୟ ସନ୍ତାନମାନଙ୍କ ପାଇଁ ମଧ୍ୟ ଜୀବନ ଦେବେ, ଯେଉଁମାନେ ଜଗତର ଗ୍ଭରିଆଡ଼େ ଛିନ୍ନଭିନ୍ନ ହୋଇ ରହିଛନ୍ତି। ସେମାନଙ୍କୁ ଏକାଠି କରିବା ପାଇଁ ଓ ସମସ୍ତଙ୍କୁ ଏକ କରିବା ପାଇଁ ଯୀଶୁ ମୃତ୍ୟୁ ଭୋଗ କରିବେ।
53 ସେହି ଦିନଠାରୁ ଯିହୂଦୀନେତାମାନେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ।
Read full chapter2010 by Bible League International