Add parallel Print Page Options

ତାହାଙ୍କ ବନ୍ଧୁମାନଙ୍କ ସହ ବେଥନୀୟାରେ ଯୀଶୁ

(ମାଥିଉ 26:6-13; ମାର୍କ 14:3-9)

12 ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଗଲେ। ଲାଜାର ବେଥନୀୟାରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ)। ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହୋଇଥିଲା। ମାର୍ଥା ଖାଦ୍ୟ ପରିବେଷଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧ୍ୟରେ ଲାଜାର ମଧ୍ୟ ଖାଉଥିଲେ। ମରିୟମ ଅଧ ଲିଟର ଅତି ମୂଲ୍ୟବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦରେ ଢାଳି ଦେଲେ। ତା'ପରେ ସେ ତାହାଙ୍କ ପାଦ ନିଜ କେଶରେ ପୋଛି ଦେଲେ। ଘରଟି ଅତର ସୁବାସରେ ମହକି ଉଠିଲା।

ଇଷ୍କାରିୟୋତ ଯିହୂଦା ସେଠାରେ ଥିଲା। ଯିହୂଦା ଯୀଶୁଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଥିଲେ। ସେ ପରେ ଯୀଶୁଙ୍କର ବିରୁଦ୍ଧାଚରଣ କରିଥିଲେ। ଯିହୂଦା ମରିୟମଙ୍କ ଏହି କାର୍ଯ୍ୟ ପସନ୍ଦ କଲେ ନାହିଁ। ସେ କହିଲେ, “ସେହି ଅତରର ମୂଲ୍ୟ ତିନିଶହ ରୂପାଟଙ୍କା। ଏହାକୁ ବୀକ୍ରି କରି ସେହି ଟଙ୍କା ଗରିବ ଲୋକମାନଙ୍କୁ ଦେବା ଉଚିତ୍ ଥିଲା,” କିନ୍ତୁ ଯିହୂଦା ଗରିବ ଲୋକମାନଙ୍କ ପ୍ରତି ପ୍ରକୃତରେ ଚିନ୍ତିତ ନ ଥିଲା। ସେ ନିଜେ ଗ୍ଭେର ଥିବାରୁ ଏ କଥା କହିଲା। ସେ ଶିଷ୍ୟମାନଙ୍କ ପାଇଁ ଟଙ୍କା-ବାକ୍ସ ନିଜ ପାଖରେ ରଖୁଥିଲା। ଏବଂ ସେ ପ୍ରାୟ ସେହି ବାକ୍ସରୁ ଟଙ୍କା ଗ୍ଭେରି କରୁଥିଲା।

ଯୀଶୁ ଉତ୍ତର ଦେଲେ, “ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମୋର ସମାଧି କ୍ରିୟାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି। ତୁମ୍ଭ ପାଖରେ ସବୁବେଳେ ଗରିବ ଲୋକେ ରହିଥିବେ, କିନ୍ତୁ ମୁଁ ସର୍ବଦା ତୁମ୍ଭ ସହିତ ରହିବି ନାହିଁ।”

Read full chapter