ଲୂକ ଲିଖିତ ସୁସମାଗ୍ଭର 12:2-7
Odia Holy Bible: Easy-to-Read Version
2 ଲୁଚି ରହିଥିବା ପ୍ରତ୍ୟେକ ଜିନିଷକୁ ପ୍ରକାଶ କରି ଦିଆ ଯିବ। ଗୋପନରେ ରହିଥିବା ପ୍ରତ୍ୟେକ ବିଷୟକୁ ପ୍ରକାଶ କରାଯିବ। 3 ତୁମ୍ଭେମାନେ ଅନ୍ଧକାରରେ କହୁଥିବା କଥା ଆଲୁଅରେ କହି ଦିଆ ଯିବ। ଗୋଟିଏ ଏକାନ୍ତ କୋଠରି ଭିତରେ ଚୁପ୍ କରି କାହା କାନରେ ତୁମ୍ଭେମାନେ କିଛି କହିଲେ ମଧ୍ୟ ତାହାକୁ ଘରର ଛାତ ଉପରୁ ଘୋଷଣା କରି ଦିଆ ଯିବ।”
କେବଳ ପରମେଶ୍ୱରଙ୍କୁ ଭୟ କର
(ମାଥିଉ 10:28-31)
4 ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ହେ ମୋର ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କେବଳ ଶରୀରକୁ ମାରି ପକାଇବେ। କିନ୍ତୁ ସେତିକି କରି ସାରିବା ପରେ ସେମାନେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ। 5 ତୁମ୍ଭେମାନେ ଯାହାକୁ ଭୟ କରିବା ଉଚିତ୍ ମୁଁ ତୁମ୍ଭମାନଙ୍କୁ ତାହାଙ୍କୁ ଦେଖାଇ ଦେବି। ତୁମ୍ଭମାନଙ୍କୁ ମାରି ସାରି ନର୍କରେ ଫିଙ୍ଗି ଦେବା ଶକ୍ତି ଯାହାର ଅଛି, ତୁମ୍ଭେମାନେ ସେହି ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, କେବଳ ତାହାଙ୍କୁ ଭୟ କର।
6 “ଚଢ଼େଇ ବିକାଯିବା ବେଳେ ପାଞ୍ଚଟା ଚଢ଼େଇଙ୍କର ମୂଲ୍ୟ ଅଳ୍ପ କେତେକ ପଇସା ହୁଏ। ତଥାପି, ପରମେଶ୍ୱର ସେମାନଙ୍କ ମଧ୍ୟରୁ ଗୋଟିକୁ ହେଲେ ଭୁଲି ଯାଆନ୍ତି ନାହିଁ। 7 ହଁ, ତୁମ୍ଭମାନଙ୍କ ମୁଣ୍ଡରେ କେତେ ଗୋଟି ବାଳ ଅଛି, ତାହା ମଧ୍ୟ ପରମେଶ୍ୱର ଜାଣନ୍ତି। ଭୟ କର ନାହିଁ। ତୁମ୍ଭମାନଙ୍କର ମୂଲ୍ୟ ଅନେକ ଚଢ଼େଇଙ୍କ ଅପେକ୍ଷା ବହୁତ ଅଧିକ।
Read full chapter2010 by Bible League International