Add parallel Print Page Options

ଯୀଶୁଙ୍କ ଜନ୍ମ

(ମାଥିଉ 1:18-25)

ସେହି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଶର ଲୋକମାନଙ୍କ ଉଦ୍ଦେଶ୍ୟରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘୋଷଣା କରାଗଲା। ଆଜ୍ଞାଟି କୁହେ ଯେ, ସମସ୍ତେ ଜନଗଣନା ପାଇଁ ନିଜ ନିଜ ନାମର ପଞ୍ଜୀକରଣ କରିବେ। ଏହା ପ୍ରଥମ ଜନଗଣନା ଥିଲା। କ୍ୱିରୀଣିୟ ସୁରିୟାର ରାଜ୍ୟପାଳ ଥିବା ସମୟରେ ଏହା ହେଲା। ତେଣୁ ପ୍ରତ୍ୟେକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।

ଯୋଷେଫ ଦାଉଦଙ୍କ ବଂଶର ହୋଇଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେ‌ଥ୍‌ଲେହିମକୁ ଗଲେ। ବେ‌ଥ୍‌ଲେହିମ ନଗର ଦାଉଦଙ୍କ ନଗର ନାମରେ ପରିଚିତ ଥିଲା। ଯୋଷେଫ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ମରିୟମ ସେତେବେଳେ ଗର୍ଭବତୀ ଥିଲେ। ଯୋଷେଫ ଓ ମରିୟମ ବେ‌ଥ୍‌ଲେହିମରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା। ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେମାନେ ରହିବାକୁ ଚଟିଘରେ ଆଉ ଜାଗା ନ ଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟାରେ ଗୁଡ଼ାଇ ଗୁହାଳରେ ଗୋରୁ କୁଣ୍ଡରେ ରଖିଦେଲେ।

Read full chapter