ମାର୍କ ଲିଖିତ ସୁସମାଗ୍ଭର 1:1-8
Odia Holy Bible: Easy-to-Read Version
ଯୀଶୁଙ୍କ ଆଗମନର ପ୍ରସ୍ତୁତି
(ମାଥିଉ 3:1-12; ଲୂକ 3:1-9,15-17; ଯୋହନ 1:19-28)
1 ଏହା ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଗ୍ଭରର ଆରମ୍ଭ। 2 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲେଖାଅଛି:
“ଶୁଣ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ପୂର୍ବରୁ ପଠାଉଛୁ
ସେ ତୁମ୍ଭ ପାଇଁ ପଥ ପ୍ରସ୍ତୁତ କରିବ।”(A)
3 “ମରୁଭୂମିରେ ଜଣେ ପାଟିକରି କହୁଛି;
‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର,
ତାହାଙ୍କ ପାଇଁ ରାସ୍ତା ସମତଳ କର।’”(B)
4 ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଗ୍ଭହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା'ପରେ ତୁମ୍ଭମାନଙ୍କର ପାପଗୁଡ଼ିକୁ କ୍ଷମା କରାଯିବ। 5 ଯିହୂଦା ଓ ଯିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ୱୀକାର କରି ଯର୍ଦ୍ଦନ ନଦୀରେ ସେମାନେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।
6 ଯୋହନ ଓଟ ଲୋମରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଗ୍ଭରିପଟେ ଗୋଟିଏ ଚମଡ଼ାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।
7 ଯୋହନ ଲୋକମାନଙ୍କ ଆଗରେ ଘୋଷଣା କରୁଥିଲେ: “ମୋ’ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡ଼ି ବସି ତାହାଙ୍କର ଜୋତା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ। 8 ମୁଁ ତୁମ୍ଭମାନଙ୍କୁ ଜଳ ଦ୍ୱାରା ବାପ୍ତିସ୍ମ ଦେଉଛି, କିନ୍ତୁ ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିସ୍ମ ଦେବେ।”
Read full chapter2010 by Bible League International