Font Size
ମାର୍କ ଲିଖିତ ସୁସମାଗ୍ଭର 14:22-26
Odia Holy Bible: Easy-to-Read Version
ମାର୍କ ଲିଖିତ ସୁସମାଗ୍ଭର 14:22-26
Odia Holy Bible: Easy-to-Read Version
ପ୍ରଭୁଭୋଜ
(ମାଥିଉ 26:26-30; ଲୂକ 22:15-20; 1 କରିନ୍ଥୀୟ 11:23-25)
22 ସେମାନେ ଖାଇବା ସମୟରେ ଯୀଶୁ କିଛି ରୋଟୀ ନେଲେ। ସେ ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀ ଛିଣ୍ଡେଇ ଶିଷ୍ୟମାନଙ୍କୁ ଦେଇ କହିଲେ, “ଏହି ରୋଟୀ ନିଅ। ଏହା ମୋର ଦେହ।”
23 ତା'ପରେ ସେ ଦ୍ରାକ୍ଷାରସର ପାତ୍ରଟି ନେଲେ। ତାହା ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା'ପରେ ତାହା ଶିଷ୍ୟମାନଙ୍କୁ ଦେଲେ। ସମସ୍ତ ଶିଷ୍ୟ ସେହି ପାତ୍ରରୁ ଦ୍ରାକ୍ଷାରସ ପିଇଲେ। 24 ତା'ପରେ ଯୀଶୁ କହିଲେ, “ଏହା ମୋର ରକ୍ତ। ମୋର ରକ୍ତ ଏକ ନୂଆ ନିୟମ ଆରମ୍ଭ କରେ। ଏହି ନିୟମଟି ପରମେଶ୍ୱରଙ୍କଠାରୁ ତାହାଙ୍କ ଲୋକଙ୍କ ପାଇଁ ଉଦ୍ଧିଷ୍ଟ। ଏହି ରକ୍ତ ଅନେକ ଲୋକଙ୍କ ପାଇଁ ଦିଆଯାଇଛି। 25 ମୁଁ ତୁମ୍ଭକୁ ସତ୍ୟ କହୁଛି। ମୁଁ ଯେପର୍ଯ୍ୟନ୍ତ ପରମେଶ୍ୱରଙ୍କ ରାଜ୍ୟରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସେହି ଦିନ ପର୍ଯ୍ୟନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।”
26 ସବୁ ଶିଷ୍ୟମାନେ ମିଳି ଗୋଟିଏ ଗୀତ ବୋଲିଲେ ଓ ତା'ପରେ ଜୀତପର୍ବତ ଉପରକୁ ଗ୍ଭଲିଗଲେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International