Add parallel Print Page Options

ଯୀଶୁଙ୍କୁ ପ୍ରମାଣ ଦେବା ପାଇଁ ଯିହୂଦୀମାନଙ୍କର ଆହ୍ୱାନ

(ମାର୍କ 8:11-12; ଲୂକ 11:29-32)

38 ତା'ପରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଭିତରୁ କେତେକ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭେ ଆମ୍ଭକୁ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟଟିଏ ଦେଖାଅ।”

39 ଯୀଶୁ କହିଲେ, “ମନ୍ଦ ଓ ପାପୀ ଲୋକମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। କିନ୍ତୁ ତାହାଙ୍କୁ କୌଣସି ପ୍ରମାଣ ଦେଖାଇ ଦିଆ ଯିବ ନାହିଁ। କେବଳ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯୂନସଙ୍କ କ୍ଷେତ୍ରରେ ଘଟିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ହିଁ ସେମାନଙ୍କ ପାଇଁ ଏକମାତ୍ର ଚିହ୍ନ ହେବ। 40 ଯୂନସ ସମୁଦ୍ରର ଗୋଟିଏ ବଡ଼ ମାଛ ପେଟରେ ତିନି ଦିନ ଓ ତିନିରାତି ଥିଲେ। ସେହିପରି ମନୁଷ୍ୟପୁତ୍ର ତିନି ଦିନ ଓ ତିନିରାତି କବର ଭିତରେ ରହିବେ। 41 ଯେଉଁ ଦିନ ବିଗ୍ଭର ହେବ, ସେହି ଦିନ ନୀନିବୀର ଲୋକମାନେ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହେବେ ଏବଂ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ଯେତେବେଳେ ଯୂନସ ସେମାନଙ୍କୁ ଉପଦେଶ ଦେଲେ ନୀନିବୀର ଲୋକେ ନିଜ ନିଜର ହୃଦୟ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଯୂନସଙ୍କ ଅପେକ୍ଷା ଅଧିକ ମହାନ୍।

42 “ଯେଉଁ ଦିନ ବିଗ୍ଭର ହେବ ସେ ଦିନ ଦକ୍ଷିଣର ରାଣୀ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆହେବେ ଏବଂ ସେ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲୋମନଙ୍କଠାରୁ ଅଧିକ ମହାନ୍।

Read full chapter