ମାଥିଉ ଲିଖିତ ସୁସମାଗ୍ଭର 26:47-56
Odia Holy Bible: Easy-to-Read Version
ଯୀଶୁ ବନ୍ଦୀ ହେଲେ
(ମାର୍କ 14:43-50; ଲୂକ 22:47-53; ଯୋହନ 18:3-12)
47 ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ସେଠାକୁ ଆସିଲା। ସେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା। ଯିହୂଦାଙ୍କ ସହିତ ମଧ୍ୟ ଅନେକ ଲୋକ ଥିଲେ। ଯିହୂଦା ଓ ସେହି ଲୋକମାନେ ଖଣ୍ଡା ଓ ଠେଙ୍ଗା ଧରିଥିଲେ। ସେମାନଙ୍କୁ ପ୍ରଧାନଯାଜକ ଓ ପ୍ରାଚୀନମାନେ ପଠାଇଥିଲେ। 48 ଯିହୂଦା ଲୋକମାନଙ୍କୁ ଯୀଶୁ କିଏ ବୋଲି ଚିହ୍ନେଇ ଦେବା ପାଇଁ ଗୋଟିଏ ସଙ୍କେତ ବତେଇ ଦେଲେ। ସେ କହିଲେ, “ମୁଁ ଯାହାକୁ ଚୁମ୍ବନ କରିବି, ସେ ସେହି ଲୋକ। ତାକୁ ବନ୍ଦୀ କରିବ।” 49 ତା'ପରେ ଯିହୂଦା ଯୀଶୁଙ୍କ ପାଖରେ ପହଞ୍ଚି ତାହାଙ୍କୁ କହିଲେ, “ହେ ଗୁରୁ, ନମସ୍କାର” ତା'ପରେ ସେ ଯୀଶୁଙ୍କୁ ଚୁମ୍ବନ ଦେଲେ।
50 ଯୀଶୁ କହିଲେ, “ବନ୍ଧୁ ତୁମ୍ଭେ ଯେଉଁ କାମରେ ଆସିଛ, ତାହା କର!”
ତା'ପରେ ଯିହୂଦାଙ୍କ ସହିତ ଆସିଥିବା ଲୋକମାନେ ସେଠାରେ ପହଞ୍ଚି ଯାଇ ଯୀଶୁଙ୍କୁ ବନ୍ଦୀ କରି ନେଲେ। 51 ଯେଉଁ ଲୋକମାନେ ଯୀଶୁଙ୍କ ସହିତ ଥିଲେ, ସେମାନଙ୍କ ଭିତରୁ ଜଣେ ଶିଷ୍ୟ ତା'ର ଖଣ୍ଡା ବାହାର କରି ମହାଯାଜକଙ୍କ ଗ୍ଭକରକୁ ସେଥିରେ ଆଘାତ କଲା, ଫଳରେ ଗ୍ଭକରର କାନ କଟିଗଲା।
52 ଯୀଶୁ ସେହି ଲୋକକୁ କହିଲେ, “ତୁମ୍ଭ ଖଣ୍ଡାକୁ ଖୋଳ ଭିତରେ ରଖ। ଯେଉଁ ଲୋକମାନେ ଖଣ୍ଡା ବ୍ୟବହାର କରନ୍ତି। ସେମାନଙ୍କୁ ଖଣ୍ଡା ଦ୍ୱାରା ହତ୍ୟା କରା ଯାଇଥାଏ। 53 ତୁମ୍ଭେ କ’ଣ ଜାଣି ନାହଁ ଯେ ମୁଁ ମୋର ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମୋତେ ବାରଟି ସେନାବାହିନୀରୁ ଅଧିକ ଯୋଗେଇବେ। 54 କିନ୍ତୁ ମୁଁ ତା’ କଲେ ଧର୍ମଶାସ୍ତ୍ର କିପରି ସମ୍ପୂର୍ଣ୍ଣ ହେବ? ସବୁକଥା ଏହିଭଳି ଭାବରେ ଘଟିବ ବୋଲି ଶାସ୍ତ୍ରରେ ଲେଖା ଅଛି।”
55 ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ତୁମ୍ଭେସବୁ ଖଣ୍ଡା ଓ ଠେଙ୍ଗା ନେଇ ମୋତେ ବନ୍ଦୀ କରିବା ପାଇଁ ଏପରି ଭାବରେ ଆସିଛ, ସତେ ଯେପରି ମୁଁ ଗୋଟିଏ ଅପରାଧୀ। ମୁଁ ସବୁଦିନ ମନ୍ଦିର ପରିସରରେ ବସି ଲୋକମାନଙ୍କୁ ଉପଦେଶ ଦେଉଥିଲି। ସେତେବେଳେ ତୁମ୍ଭେ ମୋତେ ବନ୍ଦୀ କରିଲ ନାହିଁ। 56 କିନ୍ତୁ ଭବିଷ୍ୟଦ୍ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସେହିଭଳି ହେବା ପାଇଁ ଏହିସବୁ କଥା ଘଟିଲା,” ତା'ପରେ ସମସ୍ତ ଶିଷ୍ୟମାନେ ଯୀଶୁଙ୍କୁ ଛାଡ଼ି ପଳାଇଗଲେ।
Read full chapter2010 by Bible League International