Add parallel Print Page Options

ଜଣେ ସ୍ତ୍ରୀଲୋକ ଏକ ବିଶେଷ କାର୍ଯ୍ୟ କଲେ

(ମାର୍କ 14:3-9; ଯୋହନ 12:1-8)

ଯୀଶୁ ବେଥନୀୟାରେ ଥିଲେ। ସେ କୁଷ୍ଠରୋଗୀ ଶିମୋନର ଘରେ ରହିଥିଲେ। ଯୀଶୁ ସେଠାରେ ଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖରେ ଆସି ପହଞ୍ଚିଲା। ସେ ଗୋଟିଏ ପାତ୍ରରେ ବହୁ ମୂଲ୍ୟବାନ୍ ସୁଗନ୍ଧିତ ଅତର ଆଣିଥିଲା। ସେ ଅତରତକ ଯୀଶୁଙ୍କ ମୁଣ୍ତ ଉପରେ ଢାଳି ଦେଲା’ ସେତେବେଳେ ଯୀଶୁ ଖାଉଥିଲେ।

ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଅତ୍ୟନ୍ତ ରାଗିଗଲେ। ସେମାନେ କହିଲେ, “ଏତେ ଅପବ୍ୟୟ କାହିଁକି? ଏ ଅତରତକ ଅନେକ ଟଙ୍କାରେ ବିକାଯାଇ ସେଥିରୁ ମିଳିବା ଟଙ୍କା ଗରିବମାନଙ୍କ ମଧ୍ୟରେ ବଣ୍ଟା ଯାଇ ପାରିଥା’ନ୍ତା।”

10 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ବୃଥାରେ ଏହି ସ୍ତ୍ରୀଲୋକକୁ ହଇରାଣ କରୁଛ? ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି। 11 ଗରିବମାନେ ତ ସବୁବେଳେ ତୁମ୍ଭ ସହିତ ଅଛନ୍ତି।[a] କିନ୍ତୁ ତୁମ୍ଭେ ମୋତେ ସବୁବେଳେ ପାଇବ ନାହିଁ। 12 ଏହି ସ୍ତ୍ରୀଲୋକ ମୋ’ ଦେହରେ ଅତର ଢାଳିଛି। ମୋର ସମାଧି ନିମନ୍ତେ ମୋତେ ପ୍ରସ୍ତୁତ କରିବା ପାଇଁ ସେ ଏହା କରିଛି, 13 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ଜଗତରେ ସର୍ବତ୍ର ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ଘୋଷଣା କରାଯିବ। ତା’ ସହିତ ଏ ସ୍ତ୍ରୀଲୋକଟି କ’ଣ କରିଥିଲା, ସେ ବିଷୟ ମଧ୍ୟ ଘୋଷଣା କରାଯିବ, ଲୋକମାନେ ତାକୁ ମନେ ରଖିବେ।”

Read full chapter

Footnotes

  1. ମାଥିଉ ଲିଖିତ ସୁସମାଗ୍ଭର 26:11 ଗରିବମାନେ … ଅଛନ୍ତି ଦ୍ୱିତୀୟ ଦ୍ୱିତୀୟ ବିବରଣ 15:11