Add parallel Print Page Options

ଏଣୁ ଏହିଭଳି ପ୍ରାର୍ଥନା କର:

‘ହେ ସ୍ୱର୍ଗରେ ଥିବା ଆମ୍ଭର ପରମପିତା,
    ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।
10 ତୁମ୍ଭର ରାଜ୍ୟ ଆସୁ।
    ସ୍ୱର୍ଗରେ ତୁମ୍ଭ ଇଚ୍ଛା ସଫଳ ହେବାଭଳି ଏ ପୃଥିବୀରେ ବି ତୁମ୍ଭ ଇଚ୍ଛା ସଫଳ ହେଉ।
11 ଆମ୍ଭର ପ୍ରତିଦିନର ଖାଦ୍ୟ ତୁମ୍ଭେ ଦିଅ।
12 ଆମ୍ଭ ପ୍ରତି ଅପରାଧ କଲା ଲୋକଙ୍କୁ ଆମ୍ଭେ ଯେଉଁପରି କ୍ଷମା କରିଛୁ,
    ସେହିପରି ଆମ୍ଭେ କରିଥିବା ପାପକୁ କ୍ଷମା କର।
13 ଆମ୍ଭକୁ ପରୀକ୍ଷାରେ ପକାଅ ନାହିଁ।
    ମାତ୍ର ମନ୍ଦଠାରୁ ରକ୍ଷା କର।’[a]

14 ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦେବ ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ୟ କ୍ଷମା କରିଦେବେ। 15 କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦେବ ନାହିଁ, ତେବେ ତୁମ୍ଭର ପରମପିତା ମଧ୍ୟ ତୁମ୍ଭ ଅପରାଧ ଗୁଡ଼ିକ ପାଇଁ ତୁମ୍ଭକୁ କ୍ଷମା ଦେବେ ନାହିଁ।

Read full chapter

Footnotes

  1. ମାଥିଉ ଲିଖିତ ସୁସମାଗ୍ଭର 6:13 କେତେକ ଗ୍ରୀ‌କ୍‌ ପୁସ୍ତକ ଏହା ଯୋଗ କରନ୍ତି: “ରାଜ୍ୟ, ଶକ୍ତି, ଓ ମହିମା ତୁମର ଯୁଗେ ଯୁଗେ ହେଉ। ଆମେନ୍।”